csstore

ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଦୀର୍ଘ ୪୫ ଦିନ ବ୍ୟାପୀ ଆୟୋଜିତ ହୋଇଥିବା ଗ୍ରୀଷ୍ମକାଳୀନ ଶିବିର ଉଦ୍‌ଯାପିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ରବିଚନ୍ଦ୍ର ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସଭାରେ ମାୟାବର୍ହା ହାଇସ୍କୁଲର ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶିବିରର ଛାତ୍ରଛାତ୍ରୀମାନେ ଗ୍ରୀଷ୍ମ ଅବକାଶରେ ବ୍ୟକ୍ତିତ୍ୱ ବିକାଶରେ ନିଜର ଛୁଟି ସମୟକୁ ସଦ୍‌ଉପଯୋଗ କରିଥିବାରୁ ଶୁଭେଚ୍ଛା ଜଣାଇଛନ୍ତି । ସମ୍ମାନିତ ଅତିଥି ଭାବରେ ସାମ୍ବାଦିକ ଆକୁଳ ବେହେରା ଯୋଗ ଦେଇଥିଲେ । ଏହି ଗ୍ରୀଷ୍ମ ଅବକାଶ ସମୟରେ ନାଚ, ଗୀତ, ଚିତ୍ରାଙ୍କନ, କରାଟେ, ସ୍ପୋକନ ଇଂଲିସ ଇତ୍ୟାଦି ବିଷୟରେ ତାଲିମ ଦିଆଯାଇଥିଲା । ଅମ୍ରିତା ରଥ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସମୀକ୍ଷା ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶିବିରରେ ଯୋଗ ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ଓ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା । ଶେଷରେ ଶ୍ରଦ୍ଧାଞ୍ଜଳି ବଗର୍ତ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.