oom

ପ୍ରଧାନମନ୍ତ୍ରୀ ଜୁନ୍ ୧୩ ତାରିଖରେ ରୋଜଗାର ମେଳା ଅଧୀନରେ ସରକାରୀ ବିଭାଗ ଗୁଡିକରେ ନବ ନିଯୁକ୍ତ ମାନଙ୍କୁ ପ୍ରାୟ ୭୦,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ

jsmm

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୧୩ ଜୁନ୍‌, ୨୦୨୩ ପୂର୍ବାହ୍ନ ୧୦: ୩୦ ମିନିଟ୍‌ରେ ନୂତନ ଭାବେ ନିଯୁକ୍ତ ବ୍ୟକ୍ତିବିଶେଷ ମାନଙ୍କୁ ପ୍ରାୟ ୭୦,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନିଯୁକ୍ତି ପାଇଥିବା ଲୋକ ମାନଙ୍କୁ ସମ୍ବୋଧିତ କରିବେ ।

ଦେଶର ୪୩ ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରୀ ବିଭାଗରେ ତଥା ରାଜ୍ୟ ସରକାରଙ୍କ ଅଧୀନରେ / କେନ୍ଦ୍ରଶାସିତ ଅଂଚଳ ଗୁଡ଼ିକରେ ନିଯୁକ୍ତି ଦିଆଯାଉଛି । ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ ନିଯୁକ୍ତ ବ୍ୟକ୍ତିମାନେ ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ପରମାଣୁ ଶକ୍ତି ବିଭାଗ, ରେଳ ମନ୍ତ୍ରଣାଳୟ, ଅଡିଟ୍ ଏବଂ ଆକାଉଣ୍ଟସ୍ ବିଭାଗୂଏବଂ ଗୃହ ମନ୍ତ୍ରଣାଳୟ ଇତ୍ୟାଦ ସମେତ ବିଭିନ୍ନ ବିଭାଗରେ ସରକାରୀ ସ୍ତରରେ ଯୋଗ ଦେବେ ।

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ହେଉଛି ଏକ ଅନନ୍ୟ ପଦକ୍ଷେପ । ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉତ୍‌ପ୍ରେରକ ଭାବରେ କାର୍ୟ୍ୟ କରିବ ଏବଂ ଯୁବକ ମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ସାର୍ଥକ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।
ନୂତନ ଭାବେ ନିଯୁକ୍ତ ବ୍ୟକ୍ତିମାନେ ମଧ୍ୟ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଥିବା ଏକ ଅନଲାଇନ୍ ମୋଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ପ୍ରଶିକ୍ଷିତ କରିବାର ସୁଯୋଗ ପାଇଛନ୍ତି, ଯେଉଁଠାରେ ୪୦୦ ରୁ ଅଧିକ ଇ- ଲର୍ନିଂ ପାଠ୍ୟକ୍ରମ ‘ଯେ କୌଣସି ସ୍ଥାନରେ, କୌଣସି ଉପକରଣ’ ଶିକ୍ଷଣ ଫର୍ମାଟ୍ ପାଇଁ ଉପଲବ୍ଧ ହୋଇଛି ।

jittmm
Leave A Reply

Your email address will not be published.