csstore

ଆଜି ବଲାଙ୍ଗିର ଜିଲ୍ଲାରେ ୨୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ପାଟଣାଗଡ଼ ଏନ୍‌ଏସି.ରୁ ୯ ଜଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୨୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗିର ପୌରାଂଚଳରୁ ୱାର୍ଡ ନଂ.୭ରୁ ଜଣେ ମାତ୍ର ସଂକ୍ରମିତ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକ୍‌ ଝରିଆଲ ଗ୍ରା.ପ.ରୁ ଜଣେ, ଗୁଡ଼ଭେଲା ବ୍ଲକ୍‌ ବୀରମୁଣ୍ଡା ଗ୍ରା.ପ.ରୁ ଜଣେ, ଖପ୍ରାଖୋଲ ବ୍ଲକ୍‌ ଓଡ଼ିଆପାଲି ଗ୍ରା.ପ.ରୁ ଜଣେ, ଲୋଇସିଂହା ବ୍ଲକ୍‌ ତଲିଉଡାର ଗ୍ରା.ପ.ରୁ ଜଣେ, ମୁରିବାହାଲ ବ୍ଲକ୍‌ ମୁରିବାହାଲ ଓ ଇଚ୍ଛାପଡ଼ା ଗ୍ରା.ପ.ରୁ ଜଣେ ଲେଖାଏଁ, ପାଟଣାଗଡ଼ ବ୍ଲକ୍‌ ପଣ୍ଡାମୁଣ୍ଡା ଗ୍ରା.ପ.ରୁ ଜଣେ, ସଇଁନ୍ତଲା ବ୍ଳକ୍‌ ଡେଙ୍ଗ ଗ୍ରା.ପ.ରୁ ଜଣେ, ଟିଟିଲାଗଡ଼ ବ୍ଲକ୍‌ କୁର୍‌ସୁଡ଼୍‌ ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୧୩ରୁ ୭ ଜଣ ଓ ୧୦ରୁ ୨ ଜଣ, ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୧୦, ୧୧, ୧, ୫ ଓ ୯ରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରେ ଏବେ ୨୪୪ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି ।

jayashree
Leave A Reply

Your email address will not be published.