ଦିଗପହଣ୍ଡି ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
  • ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ୱର : ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡିଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ DPCC ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.