ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ମାନଙ୍କ ନିମନ୍ତେ ବ୍ୟାଙ୍କ ଋଣ ଓ ସୁଧ ଫେରସ୍ତ ଉପରେ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଆଜି ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ମାନଙ୍କ ନିମନ୍ତେ ବ୍ୟାଙ୍କ ଋଣ ଓ ସୁଧ ଫେରସ୍ତ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ରଞ୍ଜୁବାଳା ବେହେରା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ସମ୍ମାନିତ ଅତିଥି ଭାବେ ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ମିଶନ ଶକ୍ତି ବିଭାଗରୁ ବିପିସି ବିଏଲ୍‌ସି, ବିପିଏ ଏବଂ ଛଅ ଗୋଟି ଗ୍ରାମ ପଞ୍ଚାୟତର ଏମ୍ବିକେ, ବ୍ୟାଙ୍କ ମିତ୍ର, ଗୋଷ୍ଠୀ ସହାୟିକା ଓ ୧୧୦ଟି ସ୍ଵଂୟ ସହାୟକ ଗୋଷ୍ଠୀର ମା’ ମାନେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ସରକାରଙ୍କ ତରଫରୁ ପାଞ୍ଚ ଲକ୍ଷ ପ୍ରର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବା ଓ ବିଭିନ୍ନ ବ୍ୟବସାୟ କରି ମା’ ମାନେ କେମିତି ସ୍ୱାବଲମ୍ବୀ ହୋଇପାରିବେ, ଏହା ଉପରେ ସମସ୍ତେ ଆଲୋକପାତ କରିଥିଲେ ।

jittmm
Leave A Reply

Your email address will not be published.