csstore

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ୨୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) :ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ସେଥିରେ ୨୧ ଗୋଟି ବ୍ୟକ୍ତିଗତ ଓ ୨ ଗୋଟି ସାମୁହିକ ଦରଖାସ୍ତ ରହିଛି । ଶିବିରରେ ୬ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇ ଅନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଏବିଡିଓ ସୋନପୁର ଶଶିଭୂଷଣ ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ୟ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଅତିରିକ୍ତ ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡଃ. ଦୈତ୍ୟନାରାୟଣ ପାଢ଼ୀ, ପିଡବ୍ଲୁଡି ଅଧିକ୍ଷଣ ଯନ୍ତ୍ରୀ ଇଂ. ଦାମୋଦର କୈବର୍ତ୍ତ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ସୂର୍ୟ୍ୟଂଶୁ ରୁଟ, ଜିଲ୍ଳା ମତ୍ସ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.