ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ରିଷିକେଶ ଦ୍ୟାନଦେଓ ଖିଲାରୀ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୭୭ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୬୩ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଟ ୧୪ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଜଣଙ୍କୁ ୪୭ହଜାର ୫ଶହ ଟଙ୍କା ଓ ଜଣଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା । ସେମାନଙ୍କ ମଧ୍ୟରେ ବଲାଙ୍ଗିର, ଦେଓଗାଁ ଓ ଲୋଇସିଂହାରୁ ଦୁଇଜଣ ଲେଖାଏଁ ଉପରୋକ୍ତ ସହାୟତା ପାଇଛନ୍ତି ।

Leave A Reply

Your email address will not be published.

error: Content is protected !!