csstore

କପିଲାଭଟା ଗ୍ରାମ ପଞ୍ଚାୟତ ହାଇସ୍କୁଲକୁ ପରିଦର୍ଶନ କଲେ ବଙ୍ଗୋମୁଣ୍ଡା ବିଡ଼ିଓ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଥିବା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ୫-ଟିରେ୦ ରୂପାନ୍ତରିତ ହେବ । ବିଦ୍ୟାଳୟକୁ ବଙ୍ଗୋମୁଣ୍ଡା ବିଡ଼ିଓ ରିପୁନାଥ ସୁନା ପରିଦର୍ଶନରେ ଯାଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ବାରିକ, ସହକାରୀ ଶିକ୍ଷକ ଶିବରାମ ସ୍ୱାଇଁ, ମୋ ସ୍କୁଲ ଅଭିଯାନ କମିଟିର ସଭାପତି ପୃଥିରାଜ ବାଗ, ମା’ ସାହାଜି ଯୁବକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ, ଏବଂ ଅନ୍ୟ ସହକାରୀ ଶିକ୍ଷକଙ୍କ ସହ ରୂପାନ୍ତରିତ ବିଦ୍ୟାଳୟ ସମ୍ପର୍କରେ ଆଲୋଚନା କରିଥିଲେ । ବିଡ଼ିଓ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । କେମିତି ଖୁବ ଶୀଘ୍ର ୫-ଟି କାମ ଶେଷ ହେବ ସେ ସମ୍ପର୍କରେ ଆଲୋଚନା କରିଥିଲେ । ଏଥିରେ ବିଦ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.