ସୋଆରେ ବିଦେଶୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୧୭ ଜଣ ବିଦେଶୀ ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏକ ବିଶେଷ କାର୍ଯ୍ୟକ୍ରମରେ ସ୍ନାତକ ଉପାଧି ପ୍ରଦାନ କରାଯାଇଛି । ସିରିଆ, ଇଥିଓପିଆ, ଭୁଟାନ ଓ ନେପାଳରୁ ଆସିଥିବା ଏହି ଛାତ୍ରଛାତ୍ରୀମାନେ ସୋଆ ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ସିଭିଲ ଇଞ୍ଜିନିୟରିଂ, କମ୍ପ୍ୟୁଟର ସାଇନ୍ସ, କମ୍ପ୍ୟୁଟ୍‌ର ସାଇନ୍ସ ଆଣ୍ଡ ଇନ୍‌ଫର୍ମେସନ୍ ଟେକ୍ନୋଲୋଜି ଓ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ବିଭାଗରେ ୪ବର୍ଷ ଅଧ୍ୟୟନ ସମାପ୍ତ କରିଛନ୍ତି । ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉପାଧି ପ୍ରଦାନ କରିଥିଲେ ।

Leave A Reply

Your email address will not be published.