ବିଜେପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲାର ବିଜେପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରଗଡ଼ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପ୍ରକଳ୍ପ ନିର୍ଦ୍ଦେଶକ, ପଦ୍ମପୁର ଉପଜିଲ୍ଲାପାଳ, ବିଜେପୁର ବିଡ଼ିଓ, ତହସିଲଦାର୍ ଓ ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଶୁଣିଛନ୍ତି । ସେସବୁ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବିଜେପୁରର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହରେ ଏହି ଶୁଣାଣି ହୋଇଥିଲା । ଏଥିରେ ମୋଟ୍ ୮୨ଟି ସମସ୍ୟାର ସମାଧାନ ପାଇଁ ଲୋକେ ଆବେଦନ କରିଥିଲେ । ସବୁ ସମସ୍ୟାର ଯଥାଶୀଘ୍ର ସମାଧାନ କରିବାକୁ ବରଗଡ଼ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ନିଜ ନିଜର ଛୋଟ ବଡ଼ ସମସ୍ତ ସମସ୍ୟାର ସମାଧାନ ପାଇଁ ଏହି ଅଭିଯୋଗ ଶୁଣାଣିକୁ ଆସିଥିଲେ । ବିଭିନ୍ନ ସମସ୍ୟାଠୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହେବା ପାଇଁ ଲୋକେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ଆସିଥିଲେ । ସେହି ସମସ୍ତ ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦିଷ୍ଟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ସମସ୍ତ ସମସ୍ୟାର ପ୍ରତିକାର କରିବା ପାଇଁ ବିହୀତ ପଦକ୍ଷେପ ମଧ୍ୟ ଗ୍ରହଣ କରିଛନ୍ତି । ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ଶାସନ ବ୍ୟବସ୍ଥାକୁ ବିଶେଷ ରୂପେ ଜନାଭିମୁଖୀ କରିବାରେ ସହାୟକ ହେଉଛି ବୋଲି ଲୋକେ ମତ ରଖିଛନ୍ତି ।

Leave A Reply

Your email address will not be published.