ବଙ୍ଗୋମୁଣ୍ଡା ବ୍ଲକ ଅଫିସରେ ପ୍ରଶାସନର ଜନ-ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ରିଷିକେଶ ଦ୍ୟାନଦେଓ ଖିଲାରୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଉପ- ଜିଲ୍ଲାପାଳ ଟିଟିଲାଗଡ ଦୟାମୟ ପାଢୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଙ୍ଗୋମୁଣ୍ଡା ବିଡିଓ ଓ ତହସିଲଦାର, ଉପଖଣ୍ଡ ଓ ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଜନ-ଅଭିଯୋଗ ଶୁଣାଣିରେ ସମୁଦାୟ ୧୦୫ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୯୯ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୬ଟି ସାମୁହିକ ଦରଖାସ୍ତ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ୯ଟି ମାମଲାର ଶୁଣାଣି ବ୍ଲକ କାର୍ଯ୍ୟାଳୟଠାରେ ସମାଧାନ ହୋଇଛି ଏବଂ ବାକିଥିବା ମାମଲାଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଶୀଘ୍ର ଶୁଣାଣି କରିବାକୁ ଜିଲ୍ଲାପାଳ ଆଦେଶ ଦେଇଛନ୍ତି । ଏଥିରେ କୌଣସି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଓ ରେଡକ୍ରସ ପାଣ୍ଠି ଅନ୍ତର୍ଗତ କୌଣସି ଅଭିଯୋଗ ମିଳିନଥିଲା ।

Leave A Reply

Your email address will not be published.