ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର : ଆଜି ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ ୧ରୁ ଜୁଲାଇ ୩୧ ତାରିଖ ପର୍ୟ୍ୟନ୍ତ ୩ ମାସ ଭିତରକନିକା ବନ୍ଦ ରହିଥିଲା । ଏହି ସମୟରେ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ । ମଙ୍ଗଳବାରଠୁ ଉଦ୍ୟାନ ଖୋଲୁଥିବାରୁ ପର୍ୟ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବା ନିମନ୍ତେ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଛି ।

Leave A Reply

Your email address will not be published.