ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ମନୋହରପୁର ସ୍ଥିତ ପୋଲିସ ପଡ଼ିଆରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିଭାବନ ଗ୍ରହଣ କରିଛନ୍ତି ବିଜ୍ଞାନ ଓ ପ୍ରଯୁକ୍ତି, ସରକାରୀ ଉଦ୍ୟୋଗ, ସାମାଜିକ ନିରାପତ୍ତା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା । ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା, ଏସ୍‌ପି ରିଷିକେଶ ଖିଲାରୀଙ୍କ ସହ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇଛନ୍ତି । ସ୍ୱାଧୀନତା ଦିବସ ଅବସରରେ ଆଜି ପ୍ରାତଃ ୪ଟା ସମୟରେ ରାମ୍‌ଧୁନ୍‌ କାର୍ଯ୍ୟକ୍ରମ ରହିଥିବା ବେଳେ ସକାଳ ୬ଟାରୁ ବିଦ୍ୟାଳୟ ଛାତ୍ରଛାତ୍ରୀମ।ନଙ୍କ ଦ୍ୱାରା ପ୍ରଭାତଫେରୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସହରର ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ପରେ ଗାନ୍ଧୀନଗରପଡ଼ା ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି, କଚେରୀ ଛକର ଡ.ବି.ଆର୍‌.ଆମ୍ବେଦ୍‌କରଙ୍କ ପ୍ରତିମୂର୍ତ୍ତି, ଗାନ୍ଧୀଭବନ ସମ୍ମୁଖର ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ପୂର୍ବାହ୍ନ ୯ଟା ୧୫ମି.ରୁ ମନୋହରପୁର ସ୍ଥିତ ପୋଲିସ ପଡ଼ିଆରେ ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ ଶ୍ରୀ ପଣ୍ଡାଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ, ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ, କୃତି ଛାତ୍ରଛାତ୍ରୀ ଓ ପ୍ରତିଭା ମାନଙ୍କୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।

Leave A Reply

Your email address will not be published.