ଝାରବନ୍ଧରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲାର ଝାରବନ୍ଧ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ବରଗଡ଼ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପ୍ରକଳ୍ପ ନିର୍ଦ୍ଦେଶକ, ପଦ୍ମପୁର ଉପଜିଲ୍ଲାପାଳ, ଝାରବନ୍ଧ ବିଡ଼ିଓ, ତହସିଲଦାର୍ ଓ ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଶୁଣିଛନ୍ତି । ସେସବୁ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଝାରବନ୍ଧର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହରେ ଏହି ଶୁଣାଣି ସବୁ ହୋଇଥିଲା । ଏଥିରେ ମୋଟ୍ ୧୬୯ଟି ସମସ୍ୟାର ସମାଧାନ ପାଇଁ ଲୋକେ ଆବେଦନ କରିଥିଲେ । ସେହିସବୁ ସମସ୍ୟାର ତୁରନ୍ତ ସମାଧାନ କରିବାକୁ ବରଗଡ଼ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣିକୁ ଜନସାଧାରଣ ନିଜର ଛୋଟ ବଡ଼ ସମସ୍ତ ସମସ୍ୟାର ସମାଧାନ ପାଇଁ ଆସିଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାରେ ସାମିଲ ହେବା ପାଇଁ ମଧ୍ୟ ଲୋକେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ଆସିଥିଲେ । ସେହି ସମସ୍ତ ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦିଷ୍ଟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ସମସ୍ତ ସମସ୍ୟାର ପ୍ରତିକାର କରିବା ପାଇଁ ବିହୀତ ପଦକ୍ଷେପ ମଧ୍ୟ ଗ୍ରହଣ କରିଛନ୍ତି । ଏହା ସହ ସମସ୍ତ ବିଭାଗ ପକ୍ଷରୁ ଯେପରି ସମସ୍ତ ନାଗରିକଂକୁ ଉଚିତ ଭାବରେ ସରକାରୀ ସେବା ମାନ ଯୋଗାଇ ଦିଆଯିବ ସେଥିପ୍ରତି ଯତ୍ନବାନ ହେବା ପାଇଁ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ତାଗିଦ୍ କରିଛନ୍ତି । ଶେଷରେ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପ୍ରକଳ୍ପ ନିର୍ଦ୍ଦେଶକ ଓ ଉପଜିଲ୍ଲାପାଳ ଜନସାଧାରଣଙ୍କୁ ସାକ୍ଷାତ୍ କରି ଅନ୍ୟାନ୍ୟ ଆନୁସଂଗିକ ବ୍ୟବସ୍ଥା ସବୁ ବିଷୟରେ ପଚାରି ବୁଝିଛନ୍ତି ।

Leave A Reply

Your email address will not be published.

error: Content is protected !!