csstore

ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହା ସ୍ଥିତ ବ୍ରାହ୍ମଣୀ ନଦୀ ସେତୁ

ଭୁବନେଶ୍ୱର : ଅନୁଗୋଳ ଜିଲ୍ଲା କଣିହା ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ପବିତ୍ର ମୋହନ ସେତୁ ନାମରେ ନାମିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଗତ ଜୁଲାଇ ୧୧ ତାରିଖରେ 5T ସଚିବ ଭି.କେ. ପାଣ୍ଡିଆନ ତାଳଚେର ଗସ୍ତରେ ଯାଇଥିବା ବେଳେ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁ କୁ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରିବା ପାଇଁ ଜନସାଧାରଣ ଅନୁରୋଧ କରିଥିଲେ । ତଦନୁଯାୟୀ, ରାଜ୍ୟ ସରକାର ଏହି ସେତୁର ନାମକୁ ପ୍ରଜାମଣ୍ଡଳ ଆନ୍ଦୋଳନର ଅଗ୍ରଗଣ୍ୟ ସାରଥି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରିଛନ୍ତି । ସୂଚନାଯୋଗ୍ୟ ଯେ, ୫୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ, ସିଲିଙ୍ଗ ଠାରୁ ତାଳପଦା ରାସ୍ତାକୁ ଯୋଡୁ ଥିବା ଏହି ସେତୁ, ୪୫ କୋଟି ୭୯ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ।

jayashree
Leave A Reply

Your email address will not be published.