- ବିଭିନ୍ନ ୬୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବଗାନ୍ଧୀ ସେବାକେନ୍ଦ୍ର ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୨ ଗୋଟି, ସାମୁହିକ ଦରଖାସ୍ତ ୧୪ ଗୋଟି ଗ୍ରହଣ କରାଯାଇ ଥିବା ବେଳେ ଗୋଟିଏ ଦରଖାସ୍ତ ସିଏମ୍ଆର୍ଏଫ୍ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି । ଶିବିରରେ ୨୩ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଏହି ଶିବିରରେ ଜିଲ୍ଲାପାଳ ୦୪ ଜଣ ହିତାଧିକାରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ପ୍ରଦତ୍ତ ୩ ଚକିଆ ସାଇକେଲକୁ ପ୍ରଦାନ କରିଥିଲେ । ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ସନତ ନାୟକ, ଉପଜିଲ୍ଲାପାଳ ସୋନପୁର ଡ. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଅହଲ୍ୟା ସାହୁ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ. ମନୋଜ ଅଦାବର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଶ୍ରମ ଉପ ନିର୍ଦେଶକ ଡିଲେଶ୍ୱର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଟିପିଡବ୍ଲୁ ଓ ଡିଏଲ୍ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ମିଶ୍ର ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲଦାର ରାମପୁର ପୁରୁଷୋତ୍ତମ ମିର୍ଦ୍ଧା, ବ୍ଲକସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ ।