ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ୧୩ ଗୋଟି ଜିଲ୍ଲାର ୨୧ ଗୋଟି ନୂତନ ବସଷ୍ଟାଣ୍ଡକୁ ଲୋକାର୍ପଣ କରିଛନ୍ତି । ଏଥିରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାର ତିନି କୋଟି ବ୍ୟୟ ଅଟକଳରେ ନିର୍ମିତ ଅତ୍ୟାଧୁନିକ ବସଷ୍ଟାଣ୍ଡ ଲୋକାର୍ପିତ ହୋଇଛି । ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଞ୍ଚଳବାସୀ ତଥା ବିଜୁ ଜନତା ଦଳ ପକ୍ଷରୁ ଧନ୍ୟବାଦ ଜଣାଇଛନ୍ତି । ଏହି ଉତ୍ସବରେ ଟିଟିଲାଗଡ଼ ଉପଜିଲ୍ଲାପାଳ ଦୟାମୟ ପାଢ଼ୀ, ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଳା ବେହେରା, ବଙ୍ଗୋମୁଣ୍ଡା ବିଡିଓ ରିପୁନାଥ ସୁନା, ବଙ୍ଗୋମୁଣ୍ଡା ତହସିଲଦାର ଯୋଗେଶ୍ୱର ଧରୁଆ, ସିନ୍ଧେକେଲା ଜୋନ୍ର ଜିଲ୍ଲା ପରିଷଦ ସଦସ୍ୟ ଦାମ ସୁନା, ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ କୁମାର ଯୋଶୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ହାଜି ମହମ୍ମଦ ଆୟୁବ ଖାଁ, ବିଧାୟକ ପ୍ରାର୍ଥୀ ଅଜୟ ଦାସ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରା, ରାଜ୍ୟସଭା ସାଂସଦଙ୍କ ପ୍ରତିନିଧି ମନୋରଞ୍ଜନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ । ଏଥିରେ ଅନେକ କାର୍ଯ୍ୟକର୍ତ୍ତା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ଥିଲେ ।