ତମାଖୁ ସେବନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କୁଟୁମଡୋଲା ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ନେଇ ତମାଖୁ ସେବନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଏଚ୍‌ସି ଚୁଡାପାଲି ଏନ୍‌ସିଡି କାଉନ୍‌ସେଲର୍‌ ଶ୍ରୀମତୀ ରୁଚିମନ୍ତା ନାୟକଙ୍କ ଦ୍ୱାରା ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ଅନେକ ଛାତ୍ରଛାତ୍ରୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଶ୍ରୀମତୀ ନାୟକ ତମାଖୁ ସେବନର ଭୟାବହତା ବିଷୟରେ ଉପସ୍ଥିତ ଥିବା ସମସ୍ତ ଛ୍ରାତଛାତ୍ରୀଙ୍କୁ ଅବଗତ କରାଇଥିଲେ ।

Leave A Reply

Your email address will not be published.