oom

ଗଙ୍ଗାଧର ଜୟନ୍ତୀ ପାଳନ ଓ ବ୍ଲକସ୍ତରୀୟ ବିଜ୍ଞାନ ନାଟକ ଅନୁଷ୍ଠିତ

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଗଙ୍ଗାଧର ଜୟନ୍ତୀ ପାଳିତ ହୋଇଯାଇଛି । ଉକ୍ତ ଅବସର ପାଇଁ ଅନୁଷ୍ଠିତ ସଭାରେ କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିବା ବେଳେ ସୁରେନ୍ଦ୍ର କୁମାର ଭୋଇ ସଭା ପରିଚାଳନା କରିଥିଲେ । ପୁରେନା ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶ୍ରୀମତୀ ନନ୍ଦିନୀ ମିଶ୍ର ମୁଖ୍ୟ ଅତିଥି ତଥା ମୁଖ୍ୟ ବକ୍ତା ରୂପେ ଯୋଗଦେଇ ସ୍ୱଭାବ କବି ଗଙ୍ଗାଧରଙ୍କ ଅମର ସାହିତ୍ୟରେ ନାରୀ ଚରିତ୍ରର ବିଶେଷତା ବ୍ୟାଖ୍ୟା କରି ସମସ୍ତଙ୍କୁ ଭାବ ବିହ୍ୱଳିତ କରିଥିଲେ । ଜୟନ୍ତୀ ଉପଲକ୍ଷେ ଅନୁଷ୍ଠିତ ପ୍ରତିଯୋଗିତାରେ କୃତି ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାନସ ରଂଜନ ଶତପଥିଙ୍କ ସଂଯୋଜନାରେ ପଦ୍ମପୁର ବ୍ଲକ୍‌ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ମୁଖ୍ୟ ଅତିଥି ଏବଂ ତରଣୀସେନ ସାହୁ ଓ ସୁନିଲ କୁମାର ସିନହା ବିଚାରକ ଭାବେ ଯୋଗ ଦେଇଥିଲେ । ପ୍ରତିଯୋଗିତାରେ ୫ଟି ବିଦ୍ୟାଳୟ ଅଂଶଗ୍ରହଣ କରିଥିଲେ । ପ୍ରତିଯୋଗୀମାନଙ୍କ ମଧ୍ୟରୁ ଦହିତା ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ଦ୍ୱିତୀୟ ତଥା ବାନ୍ଦୂପାଲି ଆଦର୍ଶ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଥିଲା । ସଭାକୁ ସଫଳ କରିବା ପାଇଁ ଜ୍ୟୋତ୍ସାରାଣୀ ସାହୁ, ବୃନ୍ଦାବନ ଦାସ, ଜୀବନାନନ୍ଦ ସାହୁ, ରବୀନା ପଧାନ, ସଂଯୁକ୍ତା ଭୋଇ, ଜ୍ୟୋତି ରେଖା ମହାନନ୍ଦ, ଚକ୍ରଧର ନାୟକ, ମମତା ମିଶ୍ର, ପ୍ରଭାତୀ ପଟ୍ଟନାୟକ, ନିଳୀମା ରାଣୀ ମହାନ୍ତି, ସୁଷମା ଦାଶ, ଦୁଷ୍ମନ୍ତ ଛତର, ନନ୍ଦିନୀ ବାଗ, କମଳା କୁମ୍ଭାର ସହାୟତା କରିଥିଲେ ।

jittmm
Leave A Reply

Your email address will not be published.