jsm

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ

csstore

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଗୁରୁଦିବସ ପାଳିତ ହୋଇଯାଇଛି । ଉକ୍ତ ଅବସର ପାଇଁ ଅନୁଷ୍ଠିତ ସଭାରେ କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିବା ବେଳେ ସୁରେନ୍ଦ୍ର କୁମାର ଭୋଇ ସଭା ପରିଚାଳନା କରିଥିଲେ । ବୃନ୍ଦାବନ ଦାସ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୀବନୀ ତଥା ଗୁରୁ- ଶିଷ୍ୟ ସମ୍ପର୍କ ବିଷୟରେ କାହାଣୀ ମାଧ୍ୟମରେ ଛାତ୍ରୀମାନଙ୍କୁ ବୁଝାଇଥିଲେ । ବିଦ୍ୟାଳୟର ଛାତ୍ରୀମାନେ ନିଜର ବକ୍ତବ୍ୟ ମାଧ୍ୟମରେ ଗୁରୁମାନଙ୍କ ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ । ଦୀର୍ଘ ୩୪ ବର୍ଷଧରି ବିଦ୍ୟାଳୟରେ ନିଷ୍ଠାପୂର୍ବକ ଶିକ୍ଷାଦାନ କରି ଆସୁଥିବା ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ରାଣୀ ସାହୁଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ରବୀନା ପଧାନ ଧନ୍ୟବାଦ ପ୍ରଦାନ କରିଥିଲେ । ଶେଷରେ ଛାତ୍ରୀମାନେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏକ ସୁନ୍ଦର ନୃତ୍ୟ ପରିବେଷଣ କରିଥିଲେ । ସଭାକୁ ସଫଳ କରିବା ପାଇଁ ଜ୍ୟୋତ୍ସାରାଣୀ ସାହୁ, ଜୀବନାନନ୍ଦ ସାହୁ, ସଂଯୁକ୍ତା ଭୋଇ, ଜ୍ୟୋତି ରେଖା ମହାନନ୍ଦ, ଚକ୍ରଧର ନାୟକ, ମମତା ମିଶ୍ର, ପ୍ରଭାତୀ ପଟ୍ଟନାୟକ, ନିଳୀମା ରାଣୀ ମହାନ୍ତି, ସୁଷମା ଦାଶ, ଦୁଷ୍ମନ୍ତ ଛତର, ନନ୍ଦିନୀ ବାଗ, କମଳା କୁମ୍ଭାର ସହାୟତା କରିଥିଲେ ।

yuvodaya
Leave A Reply

Your email address will not be published.