ପାଇକମାଲରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରଗଡ଼ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପ୍ରକଳ୍ପ ନିର୍ଦ୍ଦେଶକ, ପଦ୍ମପୁର ଉପଜିଲ୍ଲାପାଳ, ପାଇକମାଲ ବିଡ଼ିଓ, ତହସିଲଦାର୍ ଓ ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇ ଜନସାଧାରଣଙ୍କ ସମସ୍ୟା ଶୁଣିଛନ୍ତି । ଜନ ସାଧାରଣଙ୍କ ଏସବୁ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପାଇକମାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହରେ ଏହି ଶୁଣାଣି କାର୍ଯ୍ୟକ୍ରମ ହୋଇଥିଲା । ଏଥିରେ ମୋଟ୍ ୬୪ ଟି ସମସ୍ୟାର ସମାଧାନ ପାଇଁ ଲୋକେ ଆବେଦନ କରିଥିଲେ । ଏସବୁ ସମସ୍ୟାର ଯଥାଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ଅଭିଯୋଗ ଶୁଣାଣିକୁ ଜନସାଧାରଣ ନିଜର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆସିଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ସାମିଲ ହେବା ପାଇଁ ମଧ୍ୟ ଲୋକେ ଏହି ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମକୁ ଆସିଥିଲେ । ସେହି ସମସ୍ତ ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦିଷ୍ଟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ସମସ୍ତ ସମସ୍ୟାର ପ୍ରତିକାର କରିବା ପାଇଁ ଉଚିତ୍ ପଦକ୍ଷେପ ମଧ୍ୟ ଗ୍ରହଣ କରିଛନ୍ତି । ଶେଷରେ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ପ୍ରକଳ୍ପ ନିର୍ଦ୍ଦେଶକ ଓ ଉପଜିଲ୍ଲାପାଳ ଜନସାଧାରଣଙ୍କୁ ଅନ୍ୟାନ୍ୟ ଆନୁସଂଗିକ ବ୍ୟବସ୍ଥା ବିଷୟରେ ମଧ୍ୟ ପଚାରି ବୁଝିଛନ୍ତି ।

Leave A Reply

Your email address will not be published.