ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  • ବିଭିନ୍ନ ୫୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୨ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୭ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୧୭ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଶିବିରରେ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତର ୮ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ମଧୁବାବୁ ପେନ୍‌ସନ୍‌ ଯୋଜନା ମାଧ୍ୟମରେ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଥମ କିସ୍ତି ଭତ୍ତା ପ୍ରଦାନ କରାଯାଇଥିଲା । ବିଡିଓ, ଉଲୁଣ୍ଡା କରିଶ୍ମା ବେଶ୍ରାଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ଵିନି ମେହେର, ଭାରପ୍ରାପ୍ତ ଉପଜିଲ୍ଲାପାଳ ବୀରମହାରାଜପୁର, ସନତ କୁମାର ନାୟକ, ଅବକାରୀ ଆରକ୍ଷୀ ଅଧିକ୍ଷକ ସୁମତି ତ୍ରିପାଠୀ, ଅତିରିକ୍ତ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କୃଷି ଅଧିକାରୀ ବିଭୂତି ଭୂଷଣ ମିଶ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କ୍ଷିରୋଦ ବିଶ୍ଵାଳ, ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.