ବଲାଙ୍ଗିର ପୌରାଂଚଳରେ ବିଭିନ୍ନ ଉନ୍ନୟନମୂଳକ କାମର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରାଂଚଳର ସମସ୍ତ ୱାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାମର ଶିଳାନ୍ୟାସ କରିବା ସହ ସହର ମଧ୍ୟରେ କେତୋଟି ରାସ୍ତା ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ପାର୍କକୁ ଉଦ୍‌ଘାଟନ କରିଛନ୍ତି ରାଜ୍ୟ ହାଉସିଂ ବୋର୍ଡର ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ । ତାଙ୍କ ସହ ବଲାଙ୍ଗିର ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମଧ୍ୟ ଉପସ୍ଥିତ ରହିଥିଲେ । ପୌର ପରିଷଦ ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ ଓ ସମସ୍ତ ୱାର୍ଡ କାଉନ୍‌ସିଲର୍‌ମାନେ ଏହି ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଧାର୍ମିକ ଅନୁଷ୍ଠାନ, ଗୋଷ୍ଠୀ ଗୃହ ତଥା ବିଭିନ୍ନ ପ୍ରକଳ୍ପର ବିକାଶ ପାଇଁ ଅନୁଦାନ ପ୍ରଦାନ କରାଯାଇଥିବା ବେଳେ ରାଜ୍ୟ ହାଉସିଂ ବୋର୍ଡର ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓଙ୍କ କରକମଳରେ ଶିଳାନ୍ୟାସ ଓ ଉଦ୍‌ଘାଟନ ହୋଇଯାଇଛି ।

Leave A Reply

Your email address will not be published.