jayashree

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।
ଭୁବନେଶ୍ୱରସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଓ ୟୁନିଟ୍-୧ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉତ୍ସାହର ସହିତ ଏଥିରେ ଭାଗ ନେଇ ସ୍କୁଲ ପରିସର ସଫେଇ କରିଥିଲେ ।
ଅନ୍ୟପଟେ କେନ୍ଦୁଝର ସ୍ଥିତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ କ୍ଷେତ୍ରୀୟ କାର୍ଯ୍ୟାଳୟ ଦ୍ୱାରା ଜିଲ୍ଲାର ରଘୁନାଥେଶ୍ୱର ଉଚ୍ଚ ବିଦ୍ୟାଳୟ ଠାରେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ବିଦ୍ୟାଳୟ ପରିସରକୁ ସଫା କରାଯାଇଥିଲା । ଏଥିରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶଗ୍ରହଣ କରି ସ୍କୁଲ ହତା ସଫା କରିବା ସହିତ ସ୍ୱଚ୍ଛତା ପାଇଁ ଶପଥ ପାଠ କରିଥିଲେ ।
ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ଠାରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବ୍ରହ୍ମପୁର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ସ୍ୱଚ୍ଛତା ପାଇଁ ସାମୂହିକ ଶପଥ ପାଠ କରିଥିଲେ ।
ଅନୁରୂପ ଭାବେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବାଲେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ବାଲେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ୧ରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଛାତ୍ରଛାତ୍ରୀ ଉତ୍ସାହର ସହିତ ଏହି କାର୍ଯ୍ୟକ୍ରମରେ ଭାଗ ନେଇ ଆଖପାଖ ପରିବେଶକୁ ସଫା କରିବା ସହିତ ସ୍ୱଚ୍ଛତା ପାଇଁ ସାମୂହିକ ଶପଥ ପାଠ କରିଛନ୍ତି ।
କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଅଧିକାରୀମାନଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା ।

Leave A Reply

Your email address will not be published.