ବଲାଙ୍ଗିର, (କେପିଏନ୍ଏସ୍) : ଆଜି ହେଉଛି ପବିତ୍ର ଗାନ୍ଧୀ ଜୟନ୍ତୀ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୪ତମ ଜୟନ୍ତୀ । ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ । ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ । ସେ ସତ୍ୟଧାରଣା ଏବଂ ସତ୍ୟର ମାର୍ଗରେ ସର୍ବଦା ଯିବାକୁ କୁଣ୍ଠାବୋଧ କରି ନଥିଲେ । ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ । ତାଙ୍କର ସେହି ବିଚାରକୁ ନେଇ ଅକ୍ଟୋବର ୨ ତାରିଖ ଦିନଟିକୁ ସାରା ବିଶ୍ୱରେ ଅନ୍ତରାଷ୍ଟ୍ରୀୟ ଅହିଂସା ଦିବସ ଭାବରେ ପାଳନ କରାଯାଏ । ଏହିଦିନ ଭାରତର ସ୍ଵାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଭଳି ଜାତୀୟ ଦିବସ ଭାବରେ ପାଳନ କରାଯାଏ ବୋଲି ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ କୁହାଯାଇଥିଲା । ଉକ୍ତ ଦିବସ ଉଦ୍ଦେଶ୍ୟରେ ଭାରତ କେନ୍ଦ୍ର ଓ ଓଡିଶା ସରକାରଙ୍କ ପ୍ରଦତ୍ତ “ଆୟୁଷ୍ମାନ ଭବଃ” ସପ୍ତାହ ବ୍ୟାପି କାର୍ଯ୍ୟକ୍ରମ ଜରିଆରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ଏକ ଅଣସଂକ୍ରମଣ ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯାଇଥିଲା ।
Prev Post