ସୁବର୍ଣ୍ଣପୁର, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୭ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୪ଗୋଟି, ସାମୁହିକ ଦରଖାସ୍ତ ୧୩ଗୋଟି ଗ୍ରହଣ କରାଯାଇ ଶିବିରରେ ୨୩ଗୋଟି ଦରଖାସ୍ତ ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୋହିତ ଭୋଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ଅଶ୍ୱିନୀ ମେହେର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଶ୍ରମ ଉପନିର୍ଦେଶକ ଡିଲେଶ୍ୱର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପଜିଲ୍ଲାପାଳ କାର୍ଯ୍ୟଳୟ ଡେପୁଟି କଲେକ୍ଟର ଖଦାଲ ପାତ୍ର, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଟିପିଡବ୍ଲୁଓଡିଏଲ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ମିଶ୍ର ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ରାମପୁର ଶ୍ରୀ ପୁରୁଷୋତ୍ତମ ମିର୍ଦ୍ଧା,ବ୍ଲକସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ ।
Next Post