ଆଜି ପବିତ୍ର ବିଜୟା ଦଶମୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ : ଆଜି ପବିତ୍ର ଦଶହରା ବା ବିଜୟା ଦଶମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ହେବ ସୁନାବେଶ । ତେବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ ହେଉଛି ।

Leave A Reply

Your email address will not be published.