csstore

ମର୍ମ‌ନ୍ତୁଦ ସଡକ ଦୁର୍ଘଟଣା : ଛାତ୍ରୀ ଗୁରୁତର

ପିପିଲି : ମର୍ମ‌ନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଛାତ୍ରୀ ଗୁରୁତର ହୋଇ ପଡ଼ିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ପୁରୀ ଜାତୀୟ ପଥ ପିପିଲି ବାଇପାସ ରାସ୍ତାର ଖଣ୍ଡିଆଗିରି ଗ୍ରାମ୍ୟ ଛକ ଠାରେ ଶୁକ୍ରବାର ସକାଳେ ଏକ ବୋଲେରୋ ପିକଅପ୍ ଧକ୍କାରେ ଜଣେ ସ୍କୁଲ ଛାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ଉଦ୍ଧାର କରାଯାଇ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ପରେ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ପିପିଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି ।

jayashree
Leave A Reply

Your email address will not be published.