ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପୁରୁଣା ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀ, ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୧୪୯ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୩୧ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୮ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟାଗୁଡିକର ଶୁଣାଣି କରିଥିଲେ । ୧୨ଟି ଅଭିଯୋଗର ତୁରନ୍ତ ସମାଧାନ ହେଇଥିଲା । ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ ।

Leave A Reply

Your email address will not be published.