ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟନ ମହାବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧକ୍ଷ ଡଃ ଲଳିତେନ୍ଦୁ ନାୟକ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ସାଂସ୍କୃତିକ, ସାମାଜିକ ତଥା କ୍ରୀଡ଼ା ଓ ଖେଳ ପ୍ରତିଯୋଗିତା ସମୟକ୍ରମେ ଅନୁଷ୍ଠିତ ହେବ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ବିଧାୟିକା ଶ୍ରୀମତୀ ବର୍ଷା ସିଂହ ବରିହା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ସମସ୍ତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ଉତ୍ସାହିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ପରିଚାଳନା କମିଟିର ଅନ୍ୟାନ୍ୟ ସଭ୍ୟ ମଧ୍ୟ ଉପସ୍ଥିତ ଥିଲେ । ସଭା ଶେଷରେ ଓଡ଼ିଆ ବିଭାଗୀୟ ମୁଖ୍ୟ ଡ଼ଃ ସରୋଜ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଭାରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ-ଅଧ୍ୟାପିକାମାନଙ୍କ ସହ ଛାତ୍ରଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ ।
ଏହି ଉଦ୍‌ଯାପନୀ ଉତ୍ସବ ପରେ ପରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି ଛାତ୍ରଛାତ୍ରୀମାନଙ୍କର ସାଂସ୍କୃତିକ ପ୍ରତିଯୋଗିତା କାର୍ଯ୍ୟକ୍ରମଗୁଡ଼ିକ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଯୁକ୍ତ ଦୁଇ ଏବଂ ଯୁକ୍ତ ତିନିର ସୃଜନାତ୍ମକ ଲେଖନୀ (କ୍ଷୁଦ୍ର ଗଳ୍ପ, କବିତା ଓ ପ୍ରବନ୍ଧ), ଗଳ୍ପ କଥନ, କବିତା ପଠନ ଏବଂ ତର୍କ ପ୍ରତିଯୋଗିତାରେ ଯଥାକ୍ରମେ ୮୮ ଏବଂ ୧୨୬ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ଏହି ପ୍ରତିଯୋଗିତାରେ ମହାବିଦ୍ୟାଳୟର ଅଧ୍ୟାପକ-ଅଧ୍ୟାପିକାମାନେ ବିଚାରକ ଭାବରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଲଳିତ ମୋହନ ପଣ୍ଡା, ନବକୃଷ୍ଣ ମିଶ୍ର, ଡ଼ଃ ସରୋଜ ନାଏକ, ଡ଼ଃ ତୁଷାରକାନ୍ତ ସାହୁ, ଡ଼ଃ ବିରଞ୍ଚି ସାହୁ, ଡ଼ଃ ତାରା ପ୍ରସାଦ ଶତପଥୀ, ପ୍ରଭାତ ମହାପାତ୍ର, ପ୍ରମୋଦ କୁମାର ତ୍ରିପାଠୀ ସହ ସମସ୍ତ ଅଧ୍ୟାପକ-ଅଧ୍ୟାପିକା ସହଯୋଗ କରିଥିଲେ ।

Leave A Reply

Your email address will not be published.