ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଓ ପଞ୍ଚାୟତ ଲୋକସେବା ଶିବିର କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଓ ପଞ୍ଚାୟତ ଲୋକସେବା ଶିବିର କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ଡିସେମ୍ବର ମାସ ୦୪ ତାରିଖ ସୋମବାର ସକାଳ ୧୦.୩୦ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପୁରୁଣା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହେବ । ଡିସେମ୍ବର ୧୧ ତାରିଖ ସୋମବାର ସକାଳ ଘ ୧୦.୩୦ ମିରେ ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ, ୧୮ ତାରିଖ ସୋମବାର ସକାଳ ଘ ୧୦.୩୦ ମିରେ ଟିଟିଲାଗଡ ବ୍ଲକ କାର୍ଯ୍ୟାଳୟ ଏବଂ ୨୬ ତାରିଖ ସୋମବାର ସକାଳ ଘ ୧୦.୩୦ ମିରେ ପାଟଣାଗଡ ବ୍ଲକ କାର୍ଯ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ, ଉପଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।

Leave A Reply

Your email address will not be published.