କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଧର୍ମଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ ଧର୍ମଗଡ଼ ବିରଞ୍ଚି ନାରାୟଣ ଦରୱାନ୍, ପଞ୍ଚାୟତ ସମିତି ଅଧ୍ୟକ୍ଷା ବବିତା ପାଟ୍ଟଯୋଶୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ ଜଣ ଆବେଦନକାରୀ ସେମାନଙ୍କ ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥି ମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୮ଟି ଅଭିଯୋଗର ସମାଧାନ ତତ୍କ୍ଷଣାତ୍ କରାଯାଇଥିଲା ।
Next Post