ଘଟଗାଁ ରାସ୍ତା ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁ, ୧୨ ଆହତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ
  • ମୁଖ୍ୟମନ୍ତ୍ରୀ ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ୱର : ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.