oom

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା ଦ୍ଵିତୀୟ ଦିବସରେ ସାଂସ୍କୃତିକ ପ୍ରତିଯୋଗିତା

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡଃ. ଶୋଭେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କର କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ଦ୍ଵିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ତଥା ଆଇନଜୀବୀ ଉଦ୍ଧବ ବେହେରା, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ, ପରିଚାଳନା ସମିତିର ସଭାପତି ଦିବାକର ମେହେର, ନୋଡାଲ ଅଫିସର ଆଲୋକ କମୁାର ରଥ, ଅଧ୍ୟାପକ ନଟବର ବେହେରା ମଞ୍ଚାସିନ ଥିଲେ । ସର୍ବ ପ୍ରଥମେ ଗଜାନନ ଓ ମାଁ ବାଗଦେବୀଙ୍କ ପାଖରେ ଦୀପ ପ୍ରଜ୍ଜ୍ୱଳନ କରି ସଭା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ମଞ୍ଚାସିନ ଅତିଥି ବୃନ୍ଦଙ୍କ ଅଭିଭାଷଣରେ ଛାତ୍ରଛାତ୍ରୀ କିପରି ଦେଶ ଗଠନରେ ନିଜର ପାରଦର୍ଶିତା ପୂର୍ବକ ସମାଜ ସଂସ୍କାରରେ ନିଜର ଭୂମିକା ରହିବ ସେ ଉପରେ ମତପ୍ରକାଶ କରିଥିଲେ । ଲୁକ୍କାୟିତ ପ୍ରତିଭାକୁ ଲୋକ ଲୋଚନକୁ ରାଜ୍ୟ ସରକାର ଆଣୁଥିବାରୁ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହି ଅବସରରେ ଅଧ୍ୟାପକ ଭାଷ୍କର ମେହେର, ଡିଲେଶ୍ୱର ନିଆଲ, ଲୋକନାଥ ମେହେର, ଗିରିଶ ଚନ୍ଦ୍ର ଧୁବଲ, ଦମୟନ୍ତୀ ମେହେର, ଜୟନ୍ତୀ ଖୁଣ୍ଟିଆ, ରାମକୃଷ୍ଣ ବାଗ, ଆଲୋକ ମୁଣ୍ଡ, ଭୂଷଣ ଚନ୍ଦ୍ର ମେହେର, ଜୟପ୍ରକାଶ ସାହୁ, ଜୟ ପ୍ରକାଶ ମେହେର, କ୍ଷୀରସିନ୍ଧୁ ରଣା, ତେଜେଶ୍ୱର ପ୍ରଧାନ, ବନୀତା ସାହୁ, ଦେବରାଜ ମେହେର, ରୋହିଣୀ ପ୍ରଧାନୀ, ସୁବର୍ଣ୍ଣ ସେନ୍ଦ୍ରିଆ ତଥା ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀମାନଙ୍କର ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଆଗାମୀ ଦିନରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି ।

jittmm
Leave A Reply

Your email address will not be published.