ଟ୍ରେନ ଧକ୍କାରେ ସିଗନାଲ ଯନ୍ତ୍ରୀଙ୍କ ମୃତ୍ୟୁ

ନୂଆପଡ଼ା : ନୂଆପଡ଼ା ରେଳ ଷ୍ଟେସନର ରେଳ ସିଗନାଲ୍ ଯାନ୍ତ୍ରିକ ତ୍ରୁଟି ଥିବା ଯୋଗୁଁ ସିଗନାଲ୍ ମରାମତି ପାଇଁ ଲଖନା ରେଳ ଷ୍ଟେସନରୁ ଅନୁପ ରଏ (୨୮) (ସିଗନାଲ ଯନ୍ତ୍ରୀ) ରଙ୍ଗବତୀ ଟ୍ରେନ ଯୋଗେ ନୂଆପଡ଼ା ରେଳ ଷ୍ଟେସନ ରାତ୍ରି ୧୦ଟା ବେଳେ ପହଞ୍ଚିଥିଲେ । ସିଗନାଲ ମରାମତି କାମ ସାରି ବିଲମ୍ବିତ ରାତ୍ରିରେ ନୂଆପଡ଼ା ରେଳ ଷ୍ଟେସନରୁ ଲଖନା ଅଭିମୁଖେ ଏକ ମାଲବାହୀ ଟ୍ରେନରେ ଫେରିଥିଲେ । ସେ ଲଖନା ଷ୍ଟେସନରେ ପହଞ୍ଚି ନିଜ ଷ୍ଟାଫଘରକୁ ଯିବା ସମୟରେ ରେଳଲାଇନ ପାର ହେଉଥିବା ସମୟରେ ରେଳଲାଇନରେ ଗୋଡ଼ ଫସି ଯାଇଥିବା ଗୋଡ଼କୁ ରେଳଲାଇନରୁ ବାହାର କରିବା ପାଇଁ ଚେଷ୍ଟା କରିଥିଲେ। କିନ୍ତୁ ଟ୍ରେନଟି ଅନୁପଙ୍କୁ ଶକ୍ତ ଧକ୍କା ଦେବାରୁ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟ ଘଟିଥିଲା। ଅନୁପ ହେଉଛନ୍ତି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିର ଧୋବୀ ପଡ଼ାର ବୋଲି ଜଣାପଡିଛି। ଘଟଣାସ୍ଥଳରେ କଣ୍ଟାବାଞ୍ଜିରୁ ରେଳବାଇ ପୁଲିସ ପହଞ୍ଚି ଶବକୁ ଉଦ୍ଧାର ବ୍ୟବଚ୍ଛେଦ ପରେ ଏକା ମାମଲା ରୁଜୁ କରି ତାଙ୍କ ପରିବାର ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି। ଅନୁପଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.