ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର୍‌ : ୨ ମୃତ

ଭଦ୍ରକ : ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ରାଣୀତାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, କିଛି ଜଣ ଯାତ୍ରୀ କୋଲକାତାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲେ । ହେଲେ ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ରାଣୀତାଲ ନିକଟରେ ଘଟିଲା ଭୟଙ୍କର ଦୁର୍ଘଟଣା । କାର୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଯାହା ଫଳରେ ଗାଡିରେ ଯାତ୍ରୀଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ହୋଇଥିଲା । ବାକି ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

Leave A Reply

Your email address will not be published.