ରୋତ କଲେଜରେ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ ବାଣୀ ନିକେତନ ରୋତଠାରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆନୁକୁଲ୍ୟରେ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ପ୍ରାରମ୍ଭରେ କଲେଜର ଅଧ୍ୟକ୍ଷ ଡ଼ଃ ସନ୍ତୋଷ କୁମାର ରଥ ଓ କାର୍ଯ୍ୟକ୍ରମ ଅଧିକାରୀ ଅର୍ଜେନ୍ଦୁ ମେହେରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଛାତ୍ରଛାତ୍ରୀମାନେ ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ମଶାଲ ଆଣି ଖେଳ ପଡ଼ିଆରେ ସ୍ଥାପନ କରିଥିଲେ । ଉଭୟ ଯୁକ୍ତ ୨ ଓ ଯୁକ୍ତ ୩ ର ଶତାଧିକ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଜଣାଯାଇଛି । ବିଜେଡି ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଏଥିରେ ସମ୍ମାନିତ ଅତିଥିଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା ପାଞ୍ଚଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କଲେଜର ସମସ୍ତ ଅଧ୍ୟାପକ ତଥା କର୍ମଚାରୀ ସାମିଲ ହୋଇ ନିଜର କ୍ରୀଡା ପ୍ରତିଭାର ସଦୁପଯୋଗ କରିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.

error: Content is protected !!