କୃଷ୍ଣଚନ୍ଦ୍ର ଗଜପତି ମେଡ଼ିକାଲ କଲେଜରେ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ -୨୦୨୩ ପାଳନ ଅବସରରେ ବ୍ରହ୍ମପୁର ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ତରଫରୁ “ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା” କାର୍ଯ୍ୟକ୍ରମରେ ଆୟୋଜିତ ସ୍ୱେଛାକୃତ ରକ୍ତଦାନ ଶିବିରରେ ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ଉପଜିଲ୍ଲାପାଳ, ଭେଷଜ ମହାବିଦ୍ୟାଳୟ ଅଧ୍ୟକ୍ଷା, ଚିକିତ୍ସାଳୟ ଅଧିକ୍ଷକ, ବରିଷ୍ଟ ଶିକ୍ଷାବିତ୍, ଅଧ୍ୟାପକ, ଅଧ୍ୟାପିକା, ପ୍ରାଧ୍ୟାପକ, ପ୍ରଧ୍ୟାପିକା, ବହୁ ଡାକ୍ତର, ଡ଼ାକ୍ତରୀ, ଅଧ୍ୟୟନରତ ଛାତ୍ରଛାତ୍ରୀ, ଚିକିତ୍ସାଳୟ କର୍ମଚାରୀ ତଥା ସ୍ୱେଛାକୃତ ରକ୍ତଦାତାମାନଙ୍କ ଗହଣରେ ଯୋଗଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସହିତ ରକ୍ତଦାନ ଭଳି ଏକ ମହତ୍ ସାମାଜିକ ମଙ୍ଗଳ ମୂଳକ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସମସ୍ତଙ୍କୁ ଭୂୟସୀ ପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ନୁତନ ଭାବେ ପ୍ରଣୋଦିତ ଯୁବ ଓ ଛାତ୍ର ସମାଜର ସର୍ବ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ “ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଏବଂ ଭୂମିକା ବିଷୟରେ ଅବଗତ କରାଇବା ସହ ସେମାନଙ୍କ ଉଜ୍ୱଳ ଭବିଷ୍ୟତର କାମନା କରିଥିଲେ ।

Leave A Reply

Your email address will not be published.