ଖଲିଆଭଟା ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ

ଜୟପାଟଣା, (ଶେଷ ଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଖଲିଆଭଟା (ଏସ୍‌ଏସ୍‌ଡି) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଆମ ଓଡ଼ିଶା ନବୀନ ଓଡ଼ିଶା ଆନୁକୁଲ୍ୟରେ ସମନ୍ୱିତ ଯୁବ ବିକାଶ ଯୋଜନା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରୀଡା, ସଂସ୍କୃତି, ଓ ବ୍ୟକ୍ତିତ୍ଵ ବିକାଶ ପାଇଁ ଅନେକ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି । କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହକୁ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଷାରି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ଅଧ୍ୟାପକ ସୁଶାନ୍ତ କୁମାର ଲେଙ୍କା ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ସମାରୋହ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ସାହୁ ସଭାପତିତ୍ଵ କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଅଧ୍ୟାପକ ପ୍ରତାପ ଦାସ ଅଧିକାରୀ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଥିଲେ । ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ସାମ୍ବାଦିକ ଶେଷଦେବ ବେହେରା, ପରିଚାଳନା କମିଟି ସଭାପତି ଧର୍ମେନ୍ଦ୍ର ମାଝୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଅଧ୍ୟାପକ ଜୟ ପାଳ ମଞ୍ଚ ପରିଚାଳନା କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ କରାଯାଇଥିଲା । ସମସ୍ତ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.