ରାଉରକେଲାରେ ବ୍ୟାପିଥିବା ଡାଇରିଆ ସଂପର୍କରେ ସୂଚନା ଦେଲେ ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର

  • ରାଉରକେଲାରେ ଡାଇରିଆରେ ଆକ୍ରାନ୍ତ ୨୦ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର : ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଉରକେଲାରେ ବ୍ୟାପିଥିବା ଡାଇରିଆ ସଂପର୍କରେ ସୂଚନା ଦେଇଛନ୍ତି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି, ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଯୋଗୁ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଛି । ୫୯୫ ଜଣ ଆକ୍ରାନ୍ତ ହୋଇଛନ୍ତି । ସେଥିରୁ ୩୪୩ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେଥିମଧ୍ୟରୁ ୧୪୫ ଜଣ ସୁସ୍ଥ ହୋଇ ଘରକୁ ଯାଇଛନ୍ତି । ଗତକାଲି ସନ୍ଧ୍ୟା ସୁଦ୍ଧା ୧୬୨ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେଥିମଧ୍ୟରୁ ୨୦ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ଗୋଟିଏ ସ୍ଥାନରୁ ନୁହେଁ ୧୨ରୁ ୧୪ ଟି ୱାର୍ଡରୁ କେସ୍‌ ଆସୁଛି । ସେଥିପାଇଁ ୬ଟି ରାପିଡ୍‌ ରେସ୍‌ପନ୍ସ ଟିମ୍‌ ନିୟୋଜିତ ହୋଇଛନ୍ତି । ସୁନ୍ଦରଗଡ଼ ମେଡିକାଲ କଲେଜରୁ ୪ ଜଣ ଫ୍ୟାକଲିଟିଙ୍କୁ ନିୟୋଜିତ କରାଯାଇଛି । ସିଡିଏମ୍‌ଓଙ୍କ ତରଫରୁ ୪ ଜଣ ଜୁନିଅର ଡାକ୍ତରଙ୍କୁ ନିୟୋଜିତ କରାଯାଇଛି । ୧୨ ଜଣ ଷ୍ଟାଫ୍ ନର୍ସଙ୍କୁ ସେଠାକୁ ପଠା ଯାଇଛି । ଦୁଇ ଟେକ୍ନିସିଆନଙ୍କୁ ପଠାଯାଉଛି । ସେଠାରେ ଆବଶ୍ୟକୀୟ ଔଷଧ ସରଞ୍ଜାମ ମହଜୁଦ ଅଛି ।

Leave A Reply

Your email address will not be published.