ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ଦଶପଲ୍ଲା : ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ବୁଗୁଡା ଟାକରା ମଧ୍ୟସ୍ଥଳ ଖରଡାପିଟା ଘାଟି ନିକଟରେ ବିଳମ୍ବିତ ରାତି ୩ଟା ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣକ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ଜଣାପଡିଛି । ଏକ ଟ୍ରଲର ପଛରେ ଯାତ୍ରୀବାହି ଟ୍ରାଭେଲର ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୂତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକଙ୍କ ନାମ ତ୍ରିଲୋଚନ ରାଉତ ଓ ସେ ଆଠଗଢ ଅଂଚଳର ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ଦଶପଲ୍ଲା ଅଗ୍ନିଶମ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଡାକ୍ତରଖାନାକୁ ପଠାଇଛନ୍ତି ।

Leave A Reply

Your email address will not be published.