ମୁରିବାହାଲ ଡିଭାଇନ୍ କିଡସ୍‌ ପବ୍ଲିକ ସ୍କୁଲର ସପ୍ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ସଦର ମହକୁମାରେ ଥିବା ଡିଭାଇନ୍ କିଡସ୍‌ ପବ୍ଲିକ ସ୍କୁଲର ସପ୍ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆଜି ନିକଟସ୍ଥ ବନବାହାଲ ଗ୍ରାମ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ସଭାପତି ରାଜୀବ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ । ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ଅଧ୍ୟାପକ ପୂର୍ଣ୍ଣଚନ୍ଦ୍ର ପଧାନ ମୁଖ୍ୟଅତିଥି ତଥା ସମ୍ପାଦକ ଗିରିଧାରୀ ବନଛୋର ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ୧ଶହ ମିଟର, ୨ଶହ ମିଟର, ବେଲେନସ୍‌, କାଲକୁଲେସନ, ୱାନ ଲେଗ୍‌ ଦୌଡ଼ ଓ ମ୍ୟୁଜିକ୍ ଚେୟାର ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ସ୍କୁଲର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

Leave A Reply

Your email address will not be published.