ବିଜୁ ଜନତା ଦଳର ୨୭ତମ ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବିଜୁ ଜନତା ଦଳର ୨୭ତମ ପ୍ରତିଷ୍ଠା ଦିବସ ଅବସରରେ ବଲାଙ୍ଗିର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନଠାରେ ବଲାଙ୍ଗିର ବିଜେଡ଼ି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ବଲାଙ୍ଗିର ସଦର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ୍‌ଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା ସାମିଲ ହୋଇଛନ୍ତି । ଏଥିସହିତ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜର ରକ୍ତ ଭଣ୍ଡାରରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିବା ବେଳେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯିବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.