କୋରାପୁଟ ନୌକା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁ : ମୁଖ୍ୟମନ୍ତ୍ରୀଙ୍କ ଶୋକ

  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ୍‌ର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.