କଲ୍ୟାଣପୁର ସ୍ନାତକ ମହାବିଦ୍ୟାଳୟର ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ସ୍ନାତକ ମହାବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ଯୁବ ଓ କ୍ରୀଡ଼ା ବିଭାଗ ଦ୍ୱାରା ପ୍ରୟୋଜିତ କାର୍ଯ୍ୟକ୍ରମ ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା ଆଜି ଉଦ୍‌ଯାପିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ବ୍ରଜକିଶୋର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଡେଲାଙ୍ଗ ପିପିଲି ଅଂଚଳର ଯୁବ ବିଧାୟକ ରୁଦ୍ର ପ୍ରତାପ ମହାରଥି, ମୁଖ୍ୟବକ୍ତା ବକ୍ତା ରୂପେ ଜିଲ୍ଲା ପରିଷଦ ସଭ୍ୟ ତଥା ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବାସନ୍ତି ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିଶଙ୍କ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବୈରାଗୀ ଜେନ, ସ୍ଥାନୀୟ ସରପଞ୍ଚ ଗୋବର୍ଦ୍ଧନ ସେଠି, ସମିତି ସଭ୍ୟ ସୁଶାନ୍ତ କୁମାର ଦାସ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ଓ ଶିକ୍ଷା ସହିତ କ୍ରୀଡ଼ା, ସାଂସ୍କୃତିକ ଓ ସାମାଜିକ କାର୍ଯ୍ୟକ୍ରମର ଆବଶ୍ୟକତା ବାବଦରେ ପିଲାମାନଙ୍କୁ ମୂଲ୍ୟବାନ ଉପଦେଶ ଦେଇଥିଲେ । ଅଧ୍ୟାପକ ଲଷ୍ମୀଧର ବଳ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିବଦତ୍ତ ପରିଡା ଓ ବିକ୍ରମ କେଶରୀ ସୁବୁଦ୍ଧି ସଂଯୋଜନା ସହ ମଞ୍ଚ ପରିଚାଳନା କରିଥିଲେ । ନୋଡାଲ ଅଫିସର ଅଧ୍ୟାପକ ତୁଷାର କୁମାର ପଟ୍ଟନାୟକ କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ସର୍ବେଶ୍ୱର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାରମ୍ଭରେ ମହାବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ହୋଇଥିଲା । ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପ୍ରଶଂସା ପତ୍ର, ଉପଢୌକନ ସହ ପୁରସ୍କାର ବିତରଣ କରିଥିଲେ । ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତଙ୍କୁ ବିମୋହିତ କରିଥିଲା । ମହାବିଦ୍ୟାଳୟର ଅଧ୍ୟାପିକା ଦମୟନ୍ତୀ ପରିଡା, ନର୍ମଦା ମହାପାତ୍ର, ବିଶ୍ୱଜିତ ମହାପାତ୍ର ସହ ସମସ୍ତ ଅଧ୍ୟାପିକା, ଅଧ୍ୟାପକ, ଷ୍ଟାଫ, ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Leave A Reply

Your email address will not be published.