ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ଷର ପ୍ରଥମ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଜିଲ୍ଲା ମୁଖ୍ୟାଳୟସ୍ଥିତ ଜିଲ୍ଲାପାଳଙ୍କ ପୁରୁଣା ସମ୍ମିଳନୀ କକ୍ଷଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଲ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀଙ୍କ ସମେତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୩୮ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୩୧ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୭ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ୩ଟି ଅଭିଯୋଗ ଶୁଣାଣିର ଫଇସଲା ହେଇଥିବା ବେଳେ ବାକି ଅଭିଯୋଗ ଗୁଡିକର ଶୁଣାଣି ଯଥାଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ପ୍ରକଳ୍ପ ନିର୍ଦ୍ଦେଶକ(ଡୁଡା) ପ୍ରଫୁଲ୍ଲ କୁଜୁର, ବଲାଙ୍ଗିର ଉପଖଣ୍ଡ ଉପଜିଲ୍ଲାପାଳ ପ୍ରଭାସ ଦଣ୍ଡସେନା, ଡେପୁଟି କଲେକ୍ଟର ସଚ୍ଚିଦାନନ୍ଦ ମିଶ୍ର, ସମାଜ ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁବେର ଚନ୍ଦ୍ର ମହନ୍ତ, ଜିଲ୍ଲା ପଞ୍ଚାୟତ ଅଧିକାରୀ ପ୍ରମୋଦ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.