oom

ନିଶ୍ଚିନ୍ତକୋଇଲି ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ, ୨୦ ଜଣ ଆହତ ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ

jsmm
  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନିଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି କଟକ ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲିଠାରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନିଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ନଅ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନଙ୍କୁ କଟକ SCB ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ସେମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

jittmm
Leave A Reply

Your email address will not be published.