ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ

ମୋହନା : ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ କୋଟିଏରୁ ଅଧିକ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଛି ପୋଲିସ ଓ ବନ ବିଭାଗ । ଗଜପତି ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶରେ ମୋହନା ବ୍ଲକ ଅନ୍ତର୍ଗତ ସିକୁଳିପଦର ପଞ୍ଚାୟତ ଅଲଣ୍ଡା ଜଙ୍ଗଲରେ ମୋହନା ପୁଲିସ, ରାଜସ୍ୱ ଓ ବନ ବିଭାଗ ମିଳିତ ଭାବେ ଚଢ଼ଉ କରି ଗଞ୍ଜେଇ ଚାଷ ନଷ୍ଟ କରିଛନ୍ତି । ୬୨ ଏକର ଜଙ୍ଗଲ ଜମିରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଏହି ମାମଲାରେ ଦୁଇଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି ।

Leave A Reply

Your email address will not be published.