ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶିବ କୁମାର ପଟ୍ଟନାୟକ ରିଡ଼ିଙ୍ଗରୁମ୍ ପରିସରରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ନିର୍ବାଚନ ମଣ୍ଡଳୀ ଦଳୀୟ ବିଜେଡି ଆନୁକୂଲ୍ୟରେ ଶୁକ୍ରବାର ଅପରାହ୍ନରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ସାଂସଦ ଚନ୍ଦ୍ର ଶେଖର ସାହୁ, ବିଜେଡି ଜିଲ୍ଲା ସଭାପତି ଡ଼ା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ସଂଯୋଜକ ସୁବାଷ ମହାରଣା, ଛତ୍ରପୁରର ନିର୍ବାଚନ ମଣ୍ଡଳୀର ସମସ୍ତ ଜନ ପ୍ରତିନିଧି ଓ ବିଜେଡ଼ିର କର୍ମକର୍ତ୍ତା ଏବଂ ଛାତ୍ରବୃନ୍ଦମାନଙ୍କ ସହଯୋଗରେ ଏହି ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ ଏହି ରକ୍ତଦାନ ଶିବିରରେ ୧୪୦ ଜଣ ଯୁବକ ଓ ୧୧ ଜଣ ମହିଳାମାନଙ୍କଠାରୁ ୧୫୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ନେଇ ସୂଚନା ମିଳିଛି । ଏହି ରକ୍ତଦାନ ଶିବିର ଛତ୍ରପୁର ବିଧାୟକ ସୁବାଷଚନ୍ଦ୍ର ବେହେରାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଥିଲା ।