୯ ତାରିଖ ଯାଏଁ ରାଜ୍ୟରେ ଘନ କୁହୁଡ଼ି

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୯ ତାରିଖ ଯାଏ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ କହିଛି । ୭ ଓ ୮ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କଟକ ଓ ଜଗତସିଂହପୁରରେ ଘନ କୁହୁଡ଼ି ଦେଖାଦେବ । ସେହିଭଳି ୯ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଆସନ୍ତା ୫ଦିନ ଯାଏ ରାଜ୍ୟରେ ରାତ୍ରି ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Leave A Reply

Your email address will not be published.